ଲୂକ 2

କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।

Luke 2:11 (UKJV) For unto you is born this day in the city of David a Saviour, which is Christ the Lord.

9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

10ସେଥିରେ ଦୂତ ସେମାନଙ୍କୁ କହିଲେ, ଭୟ କର ନାହିଁ; ଦେଖ, ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି,

11କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।

12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।

13ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.