ଲୂକ 2

“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”

Luke 2:14 (UKJV) Glory to God in the highest, and on earth peace, good will toward men.

12ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୂପ ହେବ, ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ।

13ପୁଣି, ହଠାତ୍‍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିଲେ,

14“ଊର୍ଦ୍ଧ୍ୱଲୋକରେ ଈଶ୍ବରଙ୍କ ମହିମା, ପୁଣି, ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି।”

15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।

16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.