ଲୂକ 2

ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

Luke 2:17 (UKJV) And when they had seen it, they made known abroad the saying which was told them concerning this child.

15ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ, ଆସ, ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ, ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ, ତାହା ଦେଖିବା।

16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।

17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।

19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.