ଲୂକ 2

ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।

Luke 2:18 (UKJV) And all they that heard it wondered at those things which were told them by the shepherds.

16ଏଥିରେ ସେମାନେ ଶୀଘ୍ର ଯାଇ, ଅନ୍ୱେଷଣ କରି, ମରୀୟମ ଓ ଯୋଷେଫଙ୍କୁ, ପୁଣି, ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ।

17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,

18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।

19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।

20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.