17ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା, ତାହା ପ୍ରକାଶ କଲେ,
18ପୁଣି, ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହିସବୁ କଥା ଶୁଣିଲେ, ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ।
19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
21ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।