19କିନ୍ତୁ ମରୀୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ।
20ଆଉ, ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା, ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ, ସେ ସମସ୍ତ ସକାଶେ ଈଶ୍ବରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ।
21ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
22ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,