22ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ମରୀୟମଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା,
23ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ,
24ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।
25ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।
26ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।