ଲୂକ 2

ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

Luke 2:27 (UKJV) And he came by the Spirit into the temple: and when the parents brought in the child Jesus, to do for him after the custom of the law,

25ଆଉ ଦେଖ, ଯିରୂଶାଲମ ସହରରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ।

26ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।

27ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ, ପୁଣି, ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ,

28ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ବରଙ୍କ ପ୍ରଶଂସା କରି କହିଲେ,

29“ହେ ପ୍ରଭୁ, ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.