1ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା।
2ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।