34ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରୀୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
35ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ୍ଗ ବିଦ୍ଧ କରିବ।
36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
38ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।