36ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା। ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀଙ୍କ ସହିତ ବାସ କରିଥିଲେ ଓ ଚଊରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ।
37ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ।
38ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମ ସହରର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
39ପରେ ସେମାନେ ପ୍ରଭୁଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ, ନିଜ ନଗର ନାଜରିତକୁ ଫେରିଗଲେ।
40ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।