2ସିରିୟା ପ୍ରଦେଶର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ଜନଗଣନା ହୋଇଥିଲା।
3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।
4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;
5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।
6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,