40ଆଉ, ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ, ପୁଣି, ଈଶ୍ବରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା।
41ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମ ସହରକୁ ଯାଉଥିଲେ।
42ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ।
43ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ, ସେତେବେଳେ ବାଳକ ଯୀଶୁ ଯିରୂଶାଲମ ସହରରେ ରହିଗଲେ, ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ।
44କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,