44କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ, ପୁଣି, ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାହାଙ୍କୁ ଖୋଜିବାକୁ ଲାଗିଲେ,
45ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମ ସହରକୁ ଫେରିଗଲେ।
46ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
47ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ, ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ।
48ସେମାନେ ତାହାଙ୍କୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ, ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ, ପୁଅରେ, ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ? ଦେଖ୍, ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଥିଲୁ।