ଲୂକ 2

ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।

Luke 2:5 (UKJV) To be taxed with Mary his espoused wife, being great with child.

3ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ।

4ପୁଣି, ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରୀୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦିୟା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ, କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ;

5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।

6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,

7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.