49ଏଥିରେ ସେ ସେମାନଙ୍କୁ କହିଲେ, “କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ? ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ, ଏହା କଅଣ ଜାଣି ନ ଥିଲ?”
50କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ, ତାହା ସେମାନେ ବୁଝିଲେ ନାହିଁ।
51ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ।
52ଆଉ, ଯୀଶୁ ଜ୍ଞାନରେ ଓ ଶରୀରରେ, ପୁଣି, ଈଶ୍ବରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ।