ଲୂକ 2

ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।

Luke 2:7 (UKJV) And she brought forth her firstborn son, and wrapped him in swaddling clothes, and laid him in a crib; because there was no room for them in the inn.

5ତାହାଙ୍କ ସହିତ ମରୀୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ।

6ସେମାନେ ସେହି ସ୍ଥାନରେ ଥିବା ସମୟରେ ତାହାଙ୍କ ପ୍ରସବ କାଳ ଉପସ୍ଥିତ ହେଲା,

7ପୁଣି, ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ, କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା।

8ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ।

9ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, ପୁଣି, ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା, ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.