17କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ତେବେ ଏହି ଯେଉଁ ବାକ୍ୟ ଲେଖାଅଛି, ତାହାର ଅର୍ଥ କଅଣ, ‘ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପଥର ହେଲା?’
18ଯେ କେହି ସେହି ପଥର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ସେହି ପଥର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ।”
19ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୂର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ।
20ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧୀନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ।
21ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।