21ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
22କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ବିଧିସଙ୍ଗତ କି ନୁହେଁ?
23କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।
24ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।
25ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।