23କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ, “ମୋତେ ଗୋଟିଏ ମୁଦ୍ରା ଦେଖାଅ।
24ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।
25ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।
26ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।
27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,