ଲୂକ 20

ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।

Luke 20:26 (UKJV) And they could not take hold of his words before the people: and they marvelled at his answer, and held their peace.

24ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି?” ସେମାନେ କହିଲେ, କାଇସରଙ୍କର।

25ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯାହା କାଇସରଙ୍କର, ତାହା କାଇସରଙ୍କୁ ଦିଅ; ପୁଣି, ଯାହା ଈଶ୍ବରଙ୍କର, ତାହା ଈଶ୍ବରଙ୍କୁ ଦିଅ।

26ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ, ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ।

27ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ,

28ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ, ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ, ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.