ଲୂକ 20

ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।

Luke 20:36 (UKJV) Neither can they die any more: for they are equal unto the angels; and are the children of God, being the children of the resurrection.

34ଯୀଶୁ ସେମାନଙ୍କୁ କହିଲେ, “ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି,

35କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି, ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ;

36ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।

37ମାତ୍ର ମୃତମାନେ ଯେ ଉଠିବେ, ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ‘ଅବ୍ରହାମଙ୍କ ଈଶ୍ବର, ଇସ୍‌ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର’ ବୋଲି କହି ସୂଚନା ଦେଇଅଛନ୍ତି।

38ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.