38ସେ ତ ମୃତମାନଙ୍କ ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର; କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି।”
39ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ, ହେ ଗୁରୁ, ଆପଣ ଠିକ୍ କହିଲେ।
40କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ।
41କିନ୍ତୁ ସେ ସେମାନଙ୍କୁ ପଚାରିଲେ, “ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଲୋକେ କିପରି କହନ୍ତି?
42କାରଣ ଦାଉଦ ନିଜେ ଗୀତସଂହିତା ପୁସ୍ତକରେ କହନ୍ତି, ‘ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,