43ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ।’
44ଅତଏବ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ଦାଉଦର ସନ୍ତାନ?”
45ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
46“ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପିନ୍ଧି ବୁଲିବାକୁ, ପୁଣି, ହାଟବଜାରରେ ନମସ୍କାର, ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି;
47ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”