18କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ;
19ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ।”
20“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
21ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
22କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।