20“କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମ ସହରକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
21ସେତେବେଳେ ଯେଉଁମାନେ ଯିହୂଦିୟା ପ୍ରଦେଶରେ ଥାଆନ୍ତି, ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ; ପୁଣି, ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି, ସେମାନେ ପ୍ରସ୍ଥାନ କରନ୍ତୁ; ଆଉ, ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି, ସେମାନେ ନଗରରେ ପ୍ରବେଶ ନ କରନ୍ତୁ;
22କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ।
23ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର! କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ,
24ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”