24ଆଉ ସେମାନେ ଖଡ୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୁଦୀ ମଧ୍ୟକୁ ନିଆଯିବେ, ପୁଣି, ଅଣଯିହୁଦୀମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦଦଳିତ ହୋଇ ରହିବ।”
25“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,
26ପୁଣି, ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ, କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବ।
27ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
28କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”