27ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ।
28କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ, ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ।”
29ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;
30ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ, ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ;
31ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ।