ଲୂକ 21

ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

Luke 21:33 (UKJV) Heaven and earth shall pass away: but my words shall not pass away.

31ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣ।

32ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

33ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

34“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;

35କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.