ଲୂକ 21

“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;

Luke 21:34 (UKJV) And take heed to yourselves, lest at any time your hearts be overcharged with worldly excess, and drunkenness, and cares of this life, and so that day come upon you unexpectedly.

32ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ।

33ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”

34“କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍‍ ତୁମ୍ଭମାନଙ୍କ ଉପରେ ପଡ଼େ;

35କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ।

36କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.