ଲୂକ 21

ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,

Luke 21:5 (UKJV) And as some spoke of the temple, how it was adorned with goodly stones and gifts, he said,

3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି,

4କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ, କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା, ସେହିସବୁ ପକାଇଲା।”

5ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ,

6“ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ, ସମୟ ଆସିବ, ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”

7ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ତେବେ ଏସବୁ କେବେ ଘଟିବ? ପୁଣି, ଯେଉଁ ସମୟରେ ଏହିସବୁ ଘଟଣା ସନ୍ନିକଟ ହେବ, ସେ ସମୟର ଚିହ୍ନ କଅଣ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.