14ପୁଣି, ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ, ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ।
15ଆଉ ସେ ସେମାନଙ୍କୁ କହିଲେ, “ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି।
16କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ।”
17ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।”