17ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, “ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।”
19ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
20ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, “ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ।
21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।