1ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।
2ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
3ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;
4ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।