21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।
22କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!”
23ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ।
24ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା।
25ସେଥିରେ ସେ ସେମାନଙ୍କୁ କହିଲେ, “ଅଣଯିହୁଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ସେମାନେ ଲୋକ-ସେବକ ବୋଲି ଖ୍ୟାତ ହୁଅନ୍ତି।