26କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି, ଯେ ନେତା, ସେ ସେବକ ପରି ହେଉ।
27କାରଣ କିଏ ଶ୍ରେଷ୍ଠ? ଯେ ଭୋଜନ ନିମନ୍ତେ ମେଜରେ ବସିଅଛି, ନା ଯେ ସେବକ? ଭୋଜନ ନିମନ୍ତେ ମେଜରେ ବସିଅଛି, ସେ କି ଶ୍ରେଷ୍ଠ ନୁହଁନ୍ତି? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି।
28ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋʼ ସହିତ ରହି ଆସିଅଛ;
29ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
30ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”