29ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
30ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
31“ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
32କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”
33ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।