30ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।”
31“ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
32କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”
33ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।
34କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”