34କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”
35ଆଉ, ସେ ସେମାନଙ୍କୁ କହିଲେ, “ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଜୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା?” ସେମାନେ କହିଲେ, କିଛି ନାହିଁ।
36ସେଥିରେ ସେ ସେମାନଙ୍କୁ କହିଲେ, “ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ବସ୍ତ୍ରଖଣ୍ଡକ ବିକି ଖଣ୍ଡା କିଣୁ।
37କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”
38ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି। ପୁଣି, ସେ ସେମାନଙ୍କୁ କହିଲେ, “ଯଥେଷ୍ଟ।”