36ସେଥିରେ ସେ ସେମାନଙ୍କୁ କହିଲେ, “ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ବସ୍ତ୍ରଖଣ୍ଡକ ବିକି ଖଣ୍ଡା କିଣୁ।
37କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ‘ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ,’ ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି।”
38ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି। ପୁଣି, ସେ ସେମାନଙ୍କୁ କହିଲେ, “ଯଥେଷ୍ଟ।”
39ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।
40ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, “ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର।”