2ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ।
3ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଇଷ୍କାରିୟୋତୀୟ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;
4ଆଉ ଯିହୂଦା ଯାଇ, କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ, ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା।
5ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ।
6ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା।