45ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46ପୁଣି, ସେ ସେମାନଙ୍କୁ କହିଲେ, “କାହିଁକି ଶୋଉଅଛ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।”
47ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା।
48କିନ୍ତୁ ଯୀଶୁ ତାହାକୁ କହିଲେ, “ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ?”
49ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା?