49ଏଥିରେ କଅଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କଅଣ ଖଡ୍ଗରେ ଆଘାତ କରିବା?
50ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ।
51କିନ୍ତୁ ଯୀଶୁ ଉତ୍ତର ଦେଲେ, “ଏତିକି ସହିଥାଅ;” ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।
52ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
53ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”