51କିନ୍ତୁ ଯୀଶୁ ଉତ୍ତର ଦେଲେ, “ଏତିକି ସହିଥାଅ;” ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ।
52ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, “ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
53ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ।”
54ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ।
55ଆଉ ସେମାନେ ପ୍ରାଙ୍ଗଣ ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ।