ଲୂକ 22

ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।

Luke 22:58 (UKJV) And after a little while another saw him, and said, You are also of them. And Peter said, Man, I am not.

56ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା।

57କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ।

58ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ।

59ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ।

60କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.