ଲୂକ 22

ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।

Luke 22:65 (UKJV) And many other things blasphemously spoke they against him.

63ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,

64ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ କିଏ ତୋତେ ମାଇଲା?

65ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ।

66ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।

67କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.