ଲୂକ 22

ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।

Luke 22:68 (UKJV) And if I also ask you, all of you will not answer me, nor let me go.

66ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ।

67କିନ୍ତୁ ସେ ସେମାନଙ୍କୁ କହିଲେ, “ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ;

68ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ।

69କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।”

70ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.