69କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ବରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ।”
70ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ବରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, “ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି।”
71ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ।