8ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ।
9ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ।
10ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ।
11ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ।
12ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।