12ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା।
13ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ।
15ହେରୋଦ ମଧ୍ୟ ପାଇ ନାହାନ୍ତି କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ;
16ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ